ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ

WhatsApp Image 2026-05-13 at 12.44.45 PM

ଭୁବନେଶ୍ଵର: ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ଅନେକ ଦିନ ଧରି ସେ ଅସୁସ୍ଥ ଥିଲେ। ଗତ ବିଜେଡି ସରକାର ସମୟରେ ସେ ଦୁଇ ଥର ବିଧାୟକ ଥିଲେ। ଆୟୁବ ଖାନ ନୂଆପଡ଼ା ଓ କଣ୍ଟାବାଞ୍ଜି ଅଞ୍ଚଳରେ ବିଜୁ ଜନତା ଦଳର ସଂଗଠନକୁ ମଜଭୁତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ କଣ୍ଟାବାଞ୍ଜିରେ ଶୋକର ଛାୟା ଖେଳିଛି ।

About The Author