ଅନ୍ଲାଇନ୍ରେ ଔଷଧ ବିକ୍ରି ବିରୋଧରେ ଆଜି ଦେଶବ୍ୟାପୀ ଔଷଧ ଦୋକାନ ବନ୍ଦ
ଭୁବନେଶ୍ବର: ଅନ୍ଲାଇନ୍ରେ ଔଷଧ ବିକ୍ରି ବିରୋଧରେ ଆଜି ଦେଶବ୍ୟାପୀ ଔଷଧ ଦୋକାନ ବନ୍ଦ ରହିବ। ଅଲ୍ ଇଣ୍ଡିଆ ଅର୍ଗାନାଇଜେସନ୍ ଅଫ୍ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ (ଏଆଇଓସିଡି) ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବା ବେଳେ ଓଡ଼ିଶାରେ ଉତ୍କଳ କେମିଷ୍ଟ ଏଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ଏହାକୁ ସମର୍ଥନ ଜଣାଇଛି। ଫଳରେ ରାଜ୍ୟର ପ୍ରାୟ ୩୦ ହଜାର ଔଷଧ ଦୋକାନ ବନ୍ଦ ରହିବ। ବନ୍ଦକୁ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସାଧାରଣ ଲୋକ ଓ ଗୁରୁତର ରୋଗୀ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନ ହେବେ ସେଥିପାଇଁ ରାଜ୍ୟ ଭେଷଜ ନିର୍ଦ୍ଦେଶକ ସମସ୍ତ ଡ୍ରଗ୍ସ ଇନ୍ସପେକ୍ଟର ଓ ସହାୟକ ଡ୍ରଗ୍ସ ଇନ୍ସପେକ୍ଟରଙ୍କୁ ୭ସୂତ୍ରୀ ନିର୍ଦ୍ଦେଶ ପାଳନ କରିବାକୁ କହିଛନ୍ତି।
