ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣ
ଦିଗପହଣ୍ଡି: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣରେ ଘୁଷୁରୀ ଚରାଇବାକୁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ନୂଆ ମଳାଭଞ୍ଜା ଗ୍ରାମ ମେନ୍ ରୋଡ଼ ବନ୍ଧସାହିର ଜି.ରାଜା(୨୮) ।
ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।
