September 11, 2026

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

WhatsApp Image 2026-08-04 at 11.26.12 PM

ଯାଜପୁର, ୦୭।୦୯।୨୦୨୬ ରିଖ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ। ଆଜି ମୋଟ ୨୩୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୪୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୭ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୮୭ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୯୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାଏକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବୀ ପ୍ରସାଦ ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ନଗେନ୍ଦ୍ର ନାଥ ମହାପାତ୍ର, ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ଡେପୁଟି କଲେକ୍ଟର, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ସାରସ୍ୱତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଯାଜପୁର ବ୍ରହ୍ମାନନ୍ଦ ବେହେରା,ତହସିଲଦାର ରବିନାରାୟଣ ପାଢ଼ୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।
ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଯାଜପୁର ସଦର ହରିପୁର ଗ୍ରାମର ସନାତନ ବେହେରାଙ୍କୁ ଶ୍ରବଣ ସହାୟକ ଯନ୍ତ୍ର (Hearing Aid) ପ୍ରଦାନ କରାଯାଇଛି। ଏହି ଶ୍ରବଣ ଯନ୍ତ୍ର ତାଙ୍କର ଶ୍ରବଣ ସମସ୍ୟା ଦୂର କରିବା ସହ ଦୈନନ୍ଦିନ ଜୀବନରେ ଯୋଗାଯୋଗକୁ ସହଜ କରିବାରେ ସହାୟକ ହେବ। ଶ୍ରବଣ ଯନ୍ତ୍ର ପାଇ ସନାତନ ବେହେରା ଆନନ୍ଦ ପ୍ରକାଶ କରିବା ସହ ଏଥିପାଇଁ କୃତଜ୍ଞତା ଜଣାଇଛନ୍ତି।

About The Author