November 12, 2026

‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ତୃତୀୟ ପର୍ଯ୍ୟାୟ ଭିତ୍ତିପ୍ରସ୍ତର ସ୍ଥାପିତ: ଯାଜପୁର ଜିଲ୍ଲାର ୨୧ଟି ବିଦ୍ୟାଳୟ ସାମିଲ

WhatsApp Image 2026-11-10 at 3.28.17 PM

ଯାଜପୁର, ୦୬.୧୧.୨୦୨୬: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ସମୁଦାୟ ୬୩୦ଟି ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ଆୟୋଜିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ପ୍ରାଥମିକ ଶିକ୍ଷାର ସୁଦୃଢ଼ୀକରଣ ଏବଂ ଆଧୁନିକୀକରଣ ଉପରେ ଗୁରୁତ୍ବ ଆରୋପ କରାଯାଇଛି।

ଏହି ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ଯାଜପୁର ଜିଲ୍ଲାର ମୋଟ ୨୧ଟି ପ୍ରାଥମିକ ବିଦ୍ୟାଳୟ ସାମିଲ ହୋଇଛନ୍ତି। ଏଥିମଧ୍ୟରୁ ଧର୍ମଶାଳା ବ୍ଲକ୍‌ ଅନ୍ତର୍ଗତ ବିକି (BIK) ର ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟକୁ ଓସୱାନ (OSWAN) ପ୍ଲାଟଫର୍ମ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆଭାସୀ (Virtual) ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ପ୍ରତ୍ୟକ୍ଷ ଭାବେ ଯୋଡ଼ିହେବା ପାଇଁ ମନୋନୀତ କରାଯାଇଥିଲା।

ଜିଲ୍ଲା ସ୍ତରରେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରାଥମିକ ଶିକ୍ଷାନୁଷ୍ଠାନଗୁଡ଼ିକର ଭିତ୍ତିଭୂମି ବିକାଶ, ଗୁଣାତ୍ମକ ଶିକ୍ଷାଦାନ ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି। ଏହି ଅବସରରେ ଜିଲ୍ଲା ଓ ବ୍ଲକ ସ୍ତରୀୟ ପ୍ରଶାସନିକ ଅଧିକାରୀ, ଶିକ୍ଷାବିତ୍, ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ରହି ଏହି ସାଫଲ୍ୟକୁ ସ୍ବାଗତ ଜଣାଇଛନ୍ତି।

About The Author