November 14, 2026

ଆଖିବୁଜିଲେ କନେଷ୍ଟବଳ

WhatsApp Image 2026-06-12 at 2.31.40 PM

ବ୍ରହ୍ମପୁର: ଆଖିବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଥିବା ଜଣାଯାଇଛି। ସେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ଦୁଇ ଦିନ ତଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଥିଲା। ମୃତ୍ୟୁ ପୂର୍ବରୁ ତାଙ୍କୁ ସ୍ତ୍ରୀ ସନ୍ଧ୍ୟା ଓ ଶାଳକ ପେଟ୍ରୋଲ୍ ଢାଳି ପୋଡ଼ି ଦେଇଥିଲେ ବୋଲି ଆଶୁତୋଷ ମୃଦଙ୍ଗିଆ କହିଥିଲେ।

ବ୍ରହ୍ମପୁର ବିଜିପୁରସ୍ଥିତ ପୁଲିସ କ୍ୱାର୍ଟର୍ସରେ ଜଣେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ ରାତିରେ ସେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଆଁ ଲଗାଇ ଦେଇଥିଲେ। ହୁତୁହୁତୁ ହୋଇ ଜଳୁଥିବା ଅବସ୍ଥାରେ ସେ ଜୀବନ ବଞ୍ଚାଇବା ପାଇଁ ଜଣେ ପୁଲିସ ହାବିଲଦାରଙ୍କ କ୍ବାର୍ଟର୍ସ ଭିତରେ ପଶିଯାଇଥିଲେ

About The Author