September 10, 2026

ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

rain mansoon

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଅପରପକ୍ଷେ ଅଗଷ୍ଟ ୧୨ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶନିବାର ବଡ଼ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।
ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ସମଗ୍ର ରାଜ୍ୟକୁ ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

About The Author