ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି

bidhansabha

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତଙ୍କୁ ରିଟର୍ଣ୍ଣିଂ ଅଫିସର୍‌ ଦାୟିତ୍ୱ ଦିଆଯାଇଥିବା ବେଳେ ବିଦ୍ୟାଧର ମାଝୀ ଯୁଗ୍ମ ସଚିବ ସହାୟକ ରିଟର୍ଣ୍ଣିଂ ଅଫିସର୍‌ ନିଯୁକ୍ତ ହୋଇଛନ୍ତି।

ଏପରିକି ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଭା ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ରହିଥିବା ବେଳେ ଜୁନ୍‌ ୧୧ରେ ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ତାରିଖ ରହିଛି। ୧୮ରେ ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ରିହିଛି।

About The Author