November 13, 2026

ଗୁରୁବାର ରାତିରେ ବଡ଼ ଧରଣର ଚୋରି

WhatsApp Image 2026-11-13 at 4.32.39 PM

ଭଞ୍ଜନଗର,୧୩ା୧୧: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ମଳାସପଦର ରାସ୍ତାରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ମୂଲ୍ୟବାନ ଅଳଙ୍କାର ଲୁଟି ନେଇଥିବା ଜଣାପଡ଼ିଛି। ଚୋରି ହୋଇଥିବା ଅଳଙ୍କାରର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ମନ୍ଦିରର ପୂଜକ ଓ ସ୍ଥାନୀୟ ଲୋକେ ମନ୍ଦିର ଖୋଲିବା ପରେ ଠାକୁରଙ୍କ ଦେହରୁ ଅଳଙ୍କାର ଗାୟବ ଥିବା ଦେଖିଥିଲେ। ଏହାପରେ ଚୋରି ଘଟଣା ସାମ୍ନାକୁ ଆସିଥିଲା। ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଚୋରିରେ କେଉଁମାନଙ୍କ ସମ୍ପୃକ୍ତି ରହିଛି, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।

ଅନ୍ୟପକ୍ଷରେ ଭଞ୍ଜନଗର ଶିରିଡ଼ି ସାଇ ମନ୍ଦିର ସମେତ ବିଭିନ୍ନ ମନ୍ଦିରରୁ ବାରମ୍ବାର ଚୋରି ଘଟଣା ଘଟୁଥିଲେ ମଧ୍ୟ ଦୁର୍ବୃତ୍ତମାନେ ଧରାପଡ଼ୁ ନଥିବାରୁ ଭକ୍ତ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ମନ୍ଦିରଗୁଡ଼ିକର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ଚୋରି ଘଟଣାରେ ସମ୍ପୃକ୍ତ ଅପରାଧୀଙ୍କୁ ଶୀଘ୍ର ଧରିବାକୁ ସାଧାରଣରେ ଦାବି ହେଉଛି।

About The Author