ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି

WhatsApp Image 2026-06-18 at 2.05.42 PM

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ଭିଜିଲାନ୍ସ ଟିମ୍‌ ଧରିଛି।

ସୂଚନା ଥାଉକି, ମଞ୍ଚେଶ୍ୱର ଥାନା ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କ ସହ ଜଣେ ହୋମ୍‌ଗାର୍ଡ ମଧ୍ୟ ଏହି ମାମଲାରେ ସମ୍ପୃକ୍ତ ଥିଲେ।

ଏଏସଆଇ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା। ଭିଜିଲାନ୍ସ ଟିମ୍ ଉଭୟଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଲାଞ୍ଚ ଟଙ୍କା ଜବତ କରିଥିଲା।

About The Author