ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ

WhatsApp Image 2026-05-18 at 4.42.48 PM

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ। ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି

ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଛନ୍ତି । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ବସନ୍ତ ପଣ୍ଡା, ସାଂସଦ ପ୍ରତାପ ଷଡ଼ଙ୍ଗୀ, ସମ୍ବିତ ପାତ୍ର, ରାଜ୍ୟ ସଙ୍ଗଠନ ମନ୍ତ୍ରୀ ମାନସ କୁମାର ମହାନ୍ତି ମଧ୍ୟ କୋର କମିଟି ବୈଠକ ଯୋଗ ଦେଇଛନ୍ତି ।

About The Author